ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୋଆର ଅର୍ପୋରା ଠାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ଯେ, ସେ ପରିସ୍ଥିତି ସମ୍ପର୍କରେ ଗୋଆ ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତଙ୍କ ସହ କଥା ହୋଇଛନ୍ତି। ସେ କହିଥିଲେ ଯେ, ରାଜ୍ୟ ସରକାର ଏହି ବିପର୍ଯ୍ୟୟ ଦ୍ୱାରା ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରଧାନମନ୍ତ୍ରୀ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି;
“ଗୋଆର ଅର୍ପୋରାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ମୋର ଚିନ୍ତାଧାରା ସେହି ସମସ୍ତଙ୍କ ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପରିସ୍ଥିତି ସମ୍ପର୍କରେ ଗୋଆ ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଜୀଙ୍କ ସହ କଥା ହେଲି। ରାଜ୍ୟ ସରକାର ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।’’
ପ୍ରଧାନମନ୍ତ୍ରୀ ମଧ୍ୟ ପିଏମ୍ଏନ୍ଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;
“ଗୋଆର ଅର୍ପୋରାରେ ଘଟିଥିବା ଦୁର୍ଘଟଣାରେ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ”
HS
The fire mishap in Arpora, Goa is deeply saddening. My thoughts are with all those who have lost their loved ones. May the injured recover at the earliest. Spoke to Goa CM Dr. Pramod Sawant Ji about the situation. The State Government is providing all possible assistance to those…
— Narendra Modi (@narendramodi) December 7, 2025
An ex-gratia of Rs. 2 lakh from PMNRF will be given to the next of kin of each deceased in the mishap in Arpora, Goa. The injured would be given Rs. 50,000: PM @narendramodi https://t.co/BcS0jYnvVx
— PMO India (@PMOIndia) December 7, 2025