Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ

ଶ୍ରୀ ମୋଦୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି

ପ୍ରଧାନମନ୍ତ୍ରୀଏକ୍ସରେ ପୋଷ୍ଟ କରିଛନ୍ତି:

ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଏକ ଦୁର୍ଘଟଣା ବିଷୟରେ ଶୁଣି ଗଭୀର ଦୁଃଖିତ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ କରି ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

HS