ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନୀକୁ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ ଏହା ମଧ୍ୟ କହିଥିଲେ ଯେ ଏହି ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ ଲେଖାଁଏ ଟଙ୍କା ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
“ଦିଲ୍ଲୀର ମାଲବ୍ୟ ନଗରରେ ଅଗ୍ନିକାଣ୍ଡ ଘଟଣାରେ ଜୀବନହାନି ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଭାବିତ ଲୋକଙ୍କୁ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
The loss of lives due to a fire incident in Malviya Nagar, Delhi is tragic. My condolences to those who have lost their loved ones. Wishing a speedy recovery to the injured. Authorities are providing all possible assistance to those affected.
— PMO India (@PMOIndia) June 3, 2026
An ex-gratia of Rs. 2 lakh from…