ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ଶ୍ରୀ ମୋଦୀ ଘୋଷଣା କରିଥିଲେ। ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଆହତମାନଙ୍କୁ ୫୦,୦୦୦ ଲେଖାଏଁ ଟଙ୍କା ଦିଆଯିବ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି
“ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି। ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଲେଖାଏଁ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
Saddened by the mishap at the Visakhapatnam Steel Plant. Condolences to those who have lost their loved ones. Praying that the injured recover at the earliest. The local authorities are providing all possible assistance to those affected.
— PMO India (@PMOIndia) June 8, 2026
An ex-gratia of Rs. 2 lakh from PMNRF…