ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନିଜର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷୀରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ବୁଡି ଯିବାରୁ ଜୀବନହାନି ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
The loss of lives due to the capsizing of a boat in the South 24 Parganas district of West Bengal is deeply painful. My thoughts are with the bereaved families in this hour of grief. May the injured recover at the earliest.
— PMO India (@PMOIndia) July 13, 2026
An ex-gratia of Rs. 2 lakh from PMNRF would be given…
পশ্চিমবঙ্গের দক্ষিণ ২৪ পরগনা জেলায় নৌকাডুবিতে প্রাণহানির ঘটনা অত্যন্ত বেদনাদায়ক। শোকসন্তপ্ত পরিবারগুলিকে জানাই সমবেদনা। আহতদের দ্রুত আরোগ্য কামনা করি।
— PMO India (@PMOIndia) July 13, 2026
প্রধানমন্ত্রীর জাতীয় ত্রাণ তহবিল থেকে প্রত্যেক মৃতের নিকটাত্মীয়কে ২ লক্ষ টাকা অনুদান দেওয়া হবে। আহতদের দেওয়া হবে ৫০,০০০…