ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରିଥାଏ ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
‘‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ।
ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ ।
ଜୟ ଜଗନ୍ନାଥ!’’
**********
PS/Swadhin/Manoj
Greetings to everyone on the sacred occasion of Rath Yatra. This is a radiant expression of India’s timeless spiritual and cultural heritage. The traditions associated with the Rath Yatra have inspired generations across India and the world. They embody humility, collective…
— Narendra Modi (@narendramodi) July 16, 2026
ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ।
— Narendra Modi (@narendramodi) July 16, 2026
ମହାପ୍ରଭୁ ଜଗନ୍ନାଥ…