Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ସକ୍ରିୟ ଭାବରେ ସହାୟତା କରୁଛି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

“ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନି ଖବର ଶୁଣି ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। ସ୍ଥାନୀୟ ପ୍ରଶାସନ ଏହି ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରୁଛି: ପ୍ରଧାନମନ୍ତ୍ର ଶ୍ରୀ ନରେନ୍ଦ୍ର ମୋଦୀ । ”

HS