ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।
ଶ୍ରୀ ମୋଦୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି;
ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ଗଭୀର ଭାବେ ମର୍ମାହତ। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ @narendramodi
HS
Deeply disturbed to learn about the loss of lives due to a mishap in Tehri Garhwal district of Uttarakhand. I extend my deepest condolences to the bereaved families in this hour of grief. Praying for the speedy recovery of the injured: PM @narendramodi
— PMO India (@PMOIndia) November 17, 2026