Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁଜରାଟର କଚ୍ଛରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର କଚ୍ଛରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି;

ଗୁଜରାଟର କଚ୍ଛରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi

HS