ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ପୌରୀ ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ ହୋଇଛି;
“ଉତ୍ତରାଖଣ୍ଡର ପୌରୀ ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ଗଭୀର ଭାବେ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।
ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi “
HS
Deeply disturbed to learn about the loss of lives in a mishap in Pauri Garhwal district of Uttarakhand. I extend my condolences to those who have lost their loved ones. Praying for the speedy recovery of the injured. An ex-gratia of Rs. 2 lakh from PMNRF would be given to the next of kin of each of those who lost their lives. The injured would be given Rs. 50,000: PM @narendramodi
— PMO India (@PMOIndia) November 28, 2026