Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା


ଫ୍ରାନ୍ସ ରାଷ୍ଟ୍ରପତିଙ୍କ କୂଟନୈତିକ ପରାମର୍ଶଦାତା ଜ୍ୟାକ୍ସ ଅଡିବର୍ଟ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଆଲୋଚନା କରିଛନ୍ତି ।

2015 ରେ ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଗସ୍ତ ଏବଂ 2016ରେ ଭାରତର ସାଧାରଣତନ୍ତ୍ର ଦିବସ ଅବସରରେ ଫ୍ରାନ୍ସ ରାଷ୍ଟ୍ରପତି ଫ୍ରାଂସୁଆଁ ହୋଲାଁ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ଘଟଣାକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ମୂଳଦୂଆ ପକାଇଥିଲା ।

ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ ଯେ ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପ୍ରତିରକ୍ଷା ବ୍ୟବସାୟ, ମହାକାଶ ଏବଂ ବେସାମରିକ ପରମାଣୁ ସହଯୋଗ, ଆତଙ୍କବାଦ ନିରୋଧୀ କାର୍ଯ୍ୟକ୍ରମ, ସାମୁଦ୍ରିକ ସୁରକ୍ଷା ଏବଂ ଅକ୍ଷୟ ଶକ୍ତି କ୍ଷେତ୍ର ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି ।

ଆନ୍ତର୍ଜାତିକ ସୌରଶକ୍ତି ମେଣ୍ଟ ଗଠନ ଜଳବାୟୁ ପରିବର୍ତ୍ତନଜନିତ ସମସ୍ୟା ସମାଧାନ କ୍ଷେତ୍ରରେ ଏକ ଐତିହାସିକ ସଫଳତା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଉଲ୍ଲେଖ କରିବା ସହ ଏ ଦିଗରେ ଫ୍ରାନ୍ସର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ସ୍ପାର୍ଟ ସିଟି ବିକାଶ, ସହରାଞ୍ଚଳ ପରିବହନ ଏବଂ ଭିତ୍ତିଭୂମି ବିକାଶ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।