Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଗୁଜରାଟର ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପର୍ଯ୍ୟବେକ୍ଷଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ଆକାଶ ମାର୍ଗରୁ ଗୁଜରାଟର ବର୍ଷା ଓ ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିଛନ୍ତି । ସେଠାକାର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ଆଜି ସକାଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଗୁଜରାଟର ସର୍ବଶେଷ ବନ୍ୟା ପରିସ୍ଥିତି ସମ୍ପର୍କରେ ବିସ୍ତ୍ରୁତ ଭାବେ ଅବଗତ କରାଇଥିଲେ ।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଉତ୍ତର ଗୁଜରାଟର ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ ଲାଗି ଯିବାକୁ ସ୍ଥିର କରିଥିଲେ । ତେବେ ନୂତନ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ ପରେ ପ୍ରଧାନମନ୍ତ୍ରୀ ତତ୍କାଳ ଗୁଜରାଟ ଗସ୍ତ କରି ରାଜ୍ୟର ଉତ୍ତର ଭାଗରେ ଦେଖାଦେଇଥିବା ବନ୍ୟା ପରିସ୍ଥିତିକୁ ଆକାଶ ମାର୍ଗରୁ ଅନୁଧ୍ୟାନ କରିଥିଲେ ।

**********