Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଅରୁଣାଚଳ ପ୍ରଦେଶର ଅଞ୍ଜୱ ଜିଲ୍ଲାରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅରୁଣାଚଳ ପ୍ରଦେଶର ଅଞ୍ଜୱ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ଅନୁକମ୍ପାରାଶି ବାବଦରେ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ ଲାଗି ଘୋଷଣା କରିଛନ୍ତି ।

ଏକ୍ସରେ ପୋଷ୍ଟ କରି ପିଏମଓ ଇଣ୍ଡିଆ କହିଛି:

“ଅରୁଣାଚଳ ପ୍ରଦେଶର ଅଞ୍ଜୱ ଜିଲ୍ଲାରେ ଦୁର୍ଘଟଣାରେ ଜୀବନ ଏବଂ ସମ୍ପତ୍ତି କ୍ଷତିରେ ମୁଁ ଦୁଃଖିତ। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।

ଅନୁକମ୍ପା ରାଶି ବାବଦରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ” ।

HS