Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆସାମର ଗୋଲାଘାଟ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ଆସାମର ଗୋଲାଘାଟ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। 

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଥିବା ବେଳେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ। 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି: 

“ଆସାମର ଗୋଲାଘାଟ ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରୁଛି। ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। 

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi ” 

HS