Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଆସାମର ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

ଆସାମର ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୫.୨୦୧୬) ଆସାମର ଗୌହାଟୀଠାରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହ ଅବସରରେ ସମବେତ ଜନତାଙ୍କୁ ଉଦ୍ବୋଧନ ଦେଇଛନ୍ତି ।

ଶ୍ରୀ ସର୍ବାନନ୍ଦ ସୋନୱାଲଙ୍କ ନେତୃତ୍ୱରେ ନୂଆ ସରକାର ଗଠନ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଆସାମର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ନୂତନ ମୁଖ୍ୟମନ୍ତ୍ରୀ ଆଦିବାସୀ ସମ୍ପ୍ରଦାୟର ଯିଏକି ସମାଜର ସେବାରେ ନିଜକୁ ସମର୍ପିତ କରିଛନ୍ତି ।

ନୂତନ ସରକାର ଆସାମର ଜନସାଧାରଣଙ୍କ ସେବାରେ ନିଜକୁ ନିୟୋଜିତ କରିବେ ଏବଂ ରାଜ୍ୟର ବିକାଶ ଦିଗରେ କାର୍ଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ ଆଶାପୋଷଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ସରକାର ସହଭାଗୀ ସଂଘିୟ ବ୍ୟବସ୍ଥା ନୀତି ଆଧାରରେ ବିକାଶ କାର୍ଯ୍ୟକୁ ଆଗେଇ ନେଉଛନ୍ତି । ଏହି ପରିପ୍ରେକ୍ଷୀରେ ଆସାମର ବିକାଶ ଲାଗି ରାଜ୍ୟକୁ ଅଧିକ ବଳ ଓ ସମର୍ଥନ ଦେବେ । ସେ କହିଥିଲେ ଯେ, ଗଣତନ୍ତ୍ର ହେଉଛି ଭାଗିଦାରୀର ଶାସନ । କେନ୍ଦ୍ର ଓ ରାଜ୍ୟ ସରକାର କାନ୍ଧକୁ କାନ୍ଧ ମିଶାଇ ବିକାଶର ପଥରେ ଅଗ୍ରସର ହେବାକୁ ପଡିବ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଦେଶ ବିଶେଷକରି ପୂର୍ବ ଭାରତର ସର୍ବାଙ୍ଗିନ ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ ।