ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ଉଷ୍ମତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ ବୋଲି ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି;
“ଉତ୍କଳ ଦିବସର ସ୍ୱତନ୍ତ୍ର ଅବସରରେ ଶୁଭେଚ୍ଛା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ତଥା ଆଧ୍ୟାତ୍ମିକ ମହାନତାର କାଳଜୟୀ ପ୍ରତୀକ ଭାବେ ଉଭା ହୋଇଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ଉପାୟରେ ସମୃଦ୍ଧ କରିଛି। ଦୃଢ଼ ସଂକଳ୍ପ, ସରଳତା ଏବଂ ସହୃଦୟତା ପାଇଁ ଜଣାଶୁଣା ଓଡ଼ିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଛନ୍ତି। ଆଗାମୀ ସମୟରେ ଓଡ଼ିଶା ପ୍ରଗତିର ନୂତନ ଶିଖରରେ ପହଞ୍ଚୁ।’’
ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା। ଓଡ଼ିଶା ଏପରି ଏକ ରାଜ୍ୟ ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି। ଓଡ଼ିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି। ନିଜର ଦୃଢ଼ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡ଼ିଶାର ଲୋକମାନେ…
— Narendra Modi (@narendramodi) April 1, 2026
HS
Greetings on the special occasion of Utkala Dibasa. Odisha is a state that stands tall as a timeless symbol of cultural as well as spiritual greatness. Odia music, art and literature have enriched India in countless ways. The people of Odisha, known for their determination,…