Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ବସ୍ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ବସରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

“ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ଏକ ବସରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ “

HS