Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ଆଜି ଶପଥ ଗ୍ରହଣ କରିଥିବା ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବଂ ତାଙ୍କର ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ଅଭିନନ୍ଦନ । ମୁଁ ସ୍ଥିର ନିଶ୍ଚିତ ଯେ ସେମାନେ କଠିନ ପରିଶ୍ରମ କରିବେ ଏବଂ ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ ସଫଳ ହେବେ ।

ଜନସାଧାରଣଙ୍କ ବିପୁଳ ସମର୍ଥନର ପ୍ରତିଦାନ ସ୍ୱରୂପ ଉତ୍ତରାଖଣ୍ଡର ନୂତନ ସରକାର ବିକାଶରେ ରେକର୍ଡ ସ୍ଥାପନ କରିବେ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।