ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କାରୱାର ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ଏହି ଘଟଣାରେ ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀ ‘ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
“କର୍ଣ୍ଣାଟକର କରୱାର ଜିଲ୍ଲାରେ ଏକ ଦୁର୍ଘଟଣା ବିଷୟରେ ଶୁଣି ଗଭୀର ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
Deeply pained to hear about a mishap in Karwar district, Karnataka. My condolences to those who have lost their loved ones. May the injured recover at the earliest.
— PMO India (@PMOIndia) May 24, 2026
An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be…
ಕರ್ನಾಟಕದ ಕಾರವಾರ ಜಿಲ್ಲೆಯಲ್ಲಿ ಸಂಭವಿಸಿದ ದುರಂತದ ಬಗ್ಗೆ ಕೇಳಿ ತೀವ್ರ ಆಘಾತವಾಯಿತು. ತಮ್ಮ ಪ್ರೀತಿಪಾತ್ರರನ್ನು ಕಳೆದುಕೊಂಡವರಿಗೆ ನನ್ನ ಸಂತಾಪಗಳು. ಗಾಯಗೊಂಡವರು ಶೀಘ್ರವಾಗಿ ಚೇತರಿಸಿಕೊಳ್ಳಲಿ ಎಂದು ಹಾರೈಸುತ್ತೇನೆ.
— PMO India (@PMOIndia) May 24, 2026
ಮೃತರ ವಾರಸುದಾರರಿಗೆ ಪಿ.ಎಂ.ಎನ್.ಆರ್.ಎಫ್ ವತಿಯಿಂದ ತಲಾ 2 ಲಕ್ಷ ರೂಪಾಯಿ ಹಾಗೂ ಗಾಯಗೊಂಡವರಿಗೆ 50,000 ರೂಪಾಯಿ…