Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଗଠନ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଗଠନ ଦିବସ ଅବସରରେ ସିଆଇଏସଏଫ’ର କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ସ୍ଥାପନା ଦିବସ ଅବସରରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀକୁ ଶୁଭେଚ୍ଛା ଓ ଅଭିନନ୍ଦନ । ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନ ବିଶେଷକରି ଭାରତର ପୁନରୁତ୍ଥାନ, ପ୍ରଗତି ଓ ଦେଶକୁ ଯୋଡିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସଂସ୍ଥାମାନଙ୍କ ସୁରକ୍ଷା ଆବଶ୍ୟକତାକୁ ଫଳପ୍ରଦ ଭାବେ ପୂରଣ କରିବା ଦିଗରେ ସିଆଇଏସଏଫ ନିଜ ପାଇଁ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।