Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

କୋଲକାତାରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। 

ଏହି ଘଟଣାକୁ ଦୁଃଖଦାୟକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ ପଶ୍ଚିମବଙ୍ଗ ସରକାର ପ୍ରଭାବିତ ପରିବାରକୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି। 

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ। 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

“କୋଲକାତାରେ ଦଳାଚକଟା ଅତ୍ୟନ୍ତ ଦୁଃଖଦାୟକ। ମୋର ଚିନ୍ତାଧାରା ସେମାନଙ୍କ ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି: ପ୍ରଧାନମନ୍ତ୍ରୀ @narendramodi “

HS