Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି


ଭାରତର ପ୍ରଥମ ରାଷ୍ଟ୍ରପତି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଅମର ସ୍ମୃତି ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

“ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ଡଃ ରାଜେନ୍ଦ୍ର ପ୍ରସାଦ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ । ସେ ଅସହଯୋଗ ଆନ୍ଦୋଳନ ଭଳି ତୃଣମୂଳସ୍ତରୀୟ ଆନ୍ଦୋଳନରେ ଭାଗ ନେଇଥିଲେ ଏବଂ ସମ୍ବିଧାନ ପ୍ରଣୟନ ସଭାର ସଭାପତି ଭାବେ ବଳିଷ୍ଠ ନେତୃତ୍ୱର ପରାକାଷ୍ଠା ପ୍ରଦର୍ଶନ କରିଥିଲେ ।

ଭାରତର ପ୍ରଥମ ରାଷ୍ଟ୍ରପତି ଭାବେ ତାଙ୍କ ନେତୃତ୍ୱ ଏବଂ ମାର୍ଗଦର୍ଶନ ଦେଶ ଗଠନର ପ୍ରାରମ୍ଭିକ ସମୟରେ ଅତ୍ୟନ୍ତ ମୂଲ୍ୟବାନ ଥିଲା ।

ଅନେକ ଭାରତୀୟ ପିଢ଼ି ଡଃ ରାଜେନ୍ଦ୍ର ପ୍ରସାଦଙ୍କ ଅସାଧାରଣ ସେବା ଦ୍ୱାରା ଅନୁପ୍ରାଣିତ,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*****