Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଡୋଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ସେନା ଯବାନଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡୋଡାରେ ଘଟିଥିବା ଦୁଃଖଦ ଘଟଣାରେ ବୀର ସେନା ଯବାନଙ୍କ ମୃତ୍ୟୁରେ ଶୋକ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଡୋଡା ଘଟଣାରେ ସେ ଗଭୀର ଭାବେ ମର୍ମାହତ, ଯେଉଁଥିରେ ଆମେ ଆମର ସାହସୀ ସେନା ଯବାନଙ୍କୁ ହରାଇଛୁ। ଦେଶ ପ୍ରତି ସେମାନଙ୍କର ସେବା ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ।

ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ ଏବଂ ପ୍ରଭାବିତମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯାଉଛି ବୋଲି କହିଥିଲେ।

ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;

“ଡୋଡାରେ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖିତ, ଯେଉଁଥିରେ ଆମେ ଆମର ସାହସୀ ସେନା ଯବାନଙ୍କୁ ହରାଇଛୁ। ଦେଶ ପ୍ରତି ସେମାନଙ୍କର ସେବା ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଆଯାଉଛି ।’’

HS