ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମ୍ଏନ୍ଆରଏଫ୍)ରୁ ଦିଲ୍ଲୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ଦୋବପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି;
“ଦିଲ୍ଲୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇବା ବ୍ୟକ୍ତିଙ୍କ ଲାଗି ମୁଁ ଅତ୍ୟନ୍ତ ଦୁଃଖିତ । ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ଅଛି । ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି ।”
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;
“ପିଏମ୍ଏନ୍ଆରଏଫ୍ ରୁ ଦିଲ୍ଲୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ଲକ୍ଷ ଟଙ୍କା ଏବଂ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
HS
Extremely saddened by the loss of lives due to a tragic fire in Delhi. My thoughts are with the bereaved families. I wish the injured a speedy recovery.
— Narendra Modi (@narendramodi) May 13, 2022
Rs. 2 lakh each from PMNRF would be given to the next of kin of those who lost their lives in the fire in Delhi. The injured would be given Rs. 50,000 : PM @narendramodi
— PMO India (@PMOIndia) May 13, 2022