Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ଦିଲ୍ଲୀର ଶାହଦରା ଜିଲ୍ଲାରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଶାହଦରା ଜିଲ୍ଲାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଏହି ଦୁଃଖଦ ଘଟଣାରେ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ଶ୍ରୀ ମୋଦୀ ଘୋଷଣା କରିଥିଲେ ଯେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀ ଏକ୍ସ’ରେ ପୋଷ୍ଟ କରିଛନ୍ତି:

ଦିଲ୍ଲୀର ଶାହଦରା ଜିଲ୍ଲାରେ ଅଗ୍ନିକାଣ୍ଡ ଯୋଗୁଁ ଜୀବନହାନି ଅତ୍ୟନ୍ତ ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଁଏ ଦିଆଯିବ: ପ୍ରଧାନମନ୍ତ୍ରୀ ।’’

HS