Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହିତ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି ।

ନେପାଳର ବିସ୍ତୀର୍ଣ୍ଣ ଅଞ୍ଚଳରେ ସମ୍ପ୍ରତି ସଂଘଟିତ ବନ୍ୟାରେ ବହୁତ ଜୀବନ ହାନି ଯୋଗୁଁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ଓ ସମବେଦନା ପ୍ରକାଶ କରିଛନ୍ତି । ଏହି ଘଡିସନ୍ଧି ମୁହୂର୍ତ୍ତରେ ନେପାଳକୁ ସବୁମନ୍ତେ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଭାରତ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

******