Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାର ଶିକାର ହୋଇଥିବା ଲୋକମାନଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାରେ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

‘‘ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଘୋଷଣା କରିଛନ୍ତି ।’’

HS