Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ପ୍ରଧାନମନ୍ତ୍ରୀ ଅଗଷ୍ଟ ୯ତାରିଖରେ ପିଏମ୍‍-କିଷାନର ପରବର୍ତ୍ତୀ କିସ୍ତି ମଞ୍ଜୁର କରିବେ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ , ୨୦୨୧ ଦିନ ଅପରାହ୍ନ ୧୨.୩୦ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନ ମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍‍-କିଷାନ) ଯୋଜନା ଅଧିନରେ ଆର୍ଥିକ ସୁବିଧାର ପରବର୍ତ୍ତୀ କିସ୍ତି ମଞ୍ଜୁର କରିବେ .୭୫ କୋଟି କୃଷି ପରିବାରର ହିତାଧିକାରୀଙ୍କୁ ଏହା ଜରିଆରେ ୧୯,୫୦୦ କୋଟିରୁ ଅଧିକ ଅର୍ଥ ଟ୍ରାନ୍ସଫର କରାଯିବ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିବା ସଂଗେ ସଂଗେ ଦେଶକୁ ସମ୍ବୋଧିତ କରିବେ

ପିଏମ୍‍-କିଷାନ ବିଷୟରେ

ପିଏମ୍‍-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ ପ୍ରତ୍ୟେକ ସମାନ ୪ମାସିଆ ତିନିଟି କିସ୍ତିରେ ୨୦୦୦ ଟଙ୍କା କରି ଦିଆଯାଏ ଏହି ଅର୍ଥ ସିଧାସଳଖ ହିତାଧିକାରୀମାନଙ୍କ ବ୍ୟାଙ୍କ୍ଆକାଉଣ୍ଟକୁ ପଠାଯାଇଥାଏ ଏହି ଯୋଜନାରେ .୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରଗୁଡିକୁ ପଠାଯାଇଛି

ଏହି ଅବସରରେ କେନ୍ଦ୍ର କୃଷି ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ  

 

HS