Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବାରଣାସୀ ନିକଟସ୍ଥ ରାଜଘାଟ ପୋଲଠାରେ ଦଳାଚକଟାରେ ପ୍ରାଣହାନୀ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ବାରଣାସୀ ଏବଂ ଚନ୍ଦୌଲି ମଧ୍ୟରେ ଥିବା ରାଜଘାଟ ପୋଲଠାରେ ଅକ୍ଟୋବର 15ରେ ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ଓ ଆହତ ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତି ଯେ, “ବାରଣାସୀର ଦଳାଚକଟା ଘଟଣାରେ ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପାଇଁ ମୁଁ ମର୍ମାହତ ଏବଂ ସେମାନଙ୍କ ପରିବାରକୁ ମୋର ସମବେଦନା ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ଏହି ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ଯାଗାଇଦେବା ପାଇଁ ଅଧିକାରମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରତ୍ୟେକ ମୃତକଙ୍କ ପରିବାରକୁ 2 ଲକ୍ଷ ଟଙ୍କା ଏବଂ ଆହତ ବ୍ୟକ୍ତିଙ୍କ ପାଇଁ 50 ହଜାର ଟଙ୍କାର ସହାୟତା ରାଶି ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ମଂଜୁର କରାଯାଇଛି ।”