Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକ ବ୍ଲୁମବର୍ଗ ଇକୋନୋମି ଫୋରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ


ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଏବଂ ଜନସେବାରେ ୨୫ ବର୍ଷ ପୂରଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ୍ସ ର ଏକ ପୋଷ୍ଟରେ ସୁନକ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, କାର୍ଯ୍ୟଶୈଳୀ ଓ ଉତ୍ସାହର ପ୍ରଶଂସା କରିଛନ୍ତି ଏବଂ ବିଶେଷ କରି ବଣିଜ୍ୟ, ପ୍ରଯୁକ୍ତିବିଦ୍ୟା ଓ କୃତ୍ରିମ ବୁଦ୍ଧିମତ୍ତା କ୍ଷେତ୍ରରେ ଭାରତ-ବ୍ରିଟେନ ସମ୍ପର୍କର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱାରୋପ କରିଥିଲେ ।

ପୋଷ୍ଟ ର ଉତ୍ତରରେ ଶ୍ରୀ ନରେନ୍ଦ୍ର ମୋଦୀ ଏକ୍ସ ରେ ଲେଖିଛନ୍ତି;

“ଆଜି ବ୍ଲୁମବର୍ଗ ଇକୋନୋମିକ୍ ଫୋରମରେ ଆପଣଙ୍କୁ ଭେଟି ବହୁତ ଖୁସି ଲାଗିଲା ।”

SR