ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ କୁନୋ ଜାତୀୟ ଉଦ୍ୟାନରେ ଜଙ୍ଗଲୀ ଚିତା ବାଘମାନଙ୍କୁ ଛାଡ଼ିଛନ୍ତି । ଚିତା ବାଘ ପ୍ରଜାତି ଭାରତରୁ ବହୁ ବର୍ଷ ପୂର୍ବରୁ ବିଲୁପ୍ତ ହୋଇଯାଇଥିଲେ। ପ୍ରୋଜେକ୍ଟ ଚିତା ଅଧୀନରେ ନାମିବ୍ୟାରୁ ଭାରତକୁ ଚିତା ବାଘ ଗୁଡ଼ିକୁ ଅଣାଯାଇଛି । ଏହା ହେଉଛି ବିଶ୍ୱର ସର୍ବପ୍ରଥମ ଆନ୍ତଃମହାଦେଶୀୟ ବୃହତ ମାଂସାହାରୀ ପ୍ରାଣୀ ସ୍ଥାନାନ୍ତର ପ୍ରକଳ୍ପ । ଏହି ପ୍ରକଳ୍ପ ଅଧୀନରେ ଅଣାଯାଇଥିବା ଆଠଟି ଚିତା ମଧ୍ୟରୁ ୫ଟି ମାଈ ଏବଂ ୩ଟି ଅଣ୍ଡିରା ରହିଛନ୍ତି ।
କୁନୋ ଜାତୀୟ ଉଦ୍ୟାନର ଦୁଇଟି ସ୍ଥାନରେ ପ୍ରଧାନମନ୍ତ୍ରୀ ଏହି ଚିତାଗୁଡ଼ିକୁ ଛାଡ଼ିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଚିତା ମିତ୍ର, ଚିତା ପୁନର୍ବାସ ପରିଚାଳନା ଦଳ ଏବଂ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଐତିହାସିକ ସମାରୋହରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ନିଜର ଅଭିଭାଷଣ ରଖିଥିଲେ ।
ଭାରତର ବନ୍ୟପ୍ରାଣୀ ଏବଂ ସେମାନଙ୍କର ବାସସ୍ଥଳୀର ପୁନରୁଦ୍ଧାର ଏବଂ ବିବିଧକରଣ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଲଗାତାର ପ୍ରୟାସ କରି ଆସୁଛନ୍ତି । ଏହି ଉଦ୍ୟମର ଅଂଶବିଶେଷ ସ୍ୱରୂପ ସେ କୁନୋ ଜାତୀୟ ଉଦ୍ୟାନରେ ଚିତାଗୁଡ଼ିକୁ ଛାଡ଼ିଛନ୍ତି । ୧୯୫୨ ମସିହା ଠାରୁ ଭାରତରେ ଚିତା ବାଘମାନଙ୍କୁ ବିଲୁପ୍ତ ଘୋଷଣା କରାଯାଇଛି । ଚଳିତ ବର୍ଷ ପ୍ରାରମ୍ଭରେ ସ୍ୱାକ୍ଷରିତ ଏକ ରାଜିନାମା ଅନ୍ତର୍ଗତ ନାମିବ୍ୟାରୁ ଏହି ଚିତାଗୁଡ଼ିକୁ ଆଣି ଏଠାରେ ଛଡ଼ାଯାଇଛି । ବିଶ୍ୱର ସର୍ବପ୍ରଥମ ଆନ୍ତଃମହାଦେଶୀୟ ବୃହତ ମାଂସାହାରୀ ପ୍ରାଣୀ ସ୍ଥାନାନ୍ତର ପ୍ରକଳ୍ପ ‘ପ୍ରୋଜେକ୍ଟ ଚିତା’ ଅଧୀନରେ ଚିତାମାନଙ୍କର ସଂରକ୍ଷଣ ପାଇଁ ଏହି ଉଦ୍ୟମ କରାଯାଉଛି । ଭାରତକୁ ଚିତା ଅଣାଯିବା ଦ୍ୱାରା ମୁକ୍ତ ଜଙ୍ଗଲ ଏବଂ ଚାରଣଭୂମି ପରିବେଶ ପରିତନ୍ତ୍ରର ପୁନରୁଦ୍ଧାର ହେବ। ଏହା ମଧ୍ୟ ଜୈବ ବିବିଧତାର ସଂରକ୍ଷଣ ସହିତ ଜଳ ସୁରକ୍ଷା, କାର୍ବନ ସିକ୍ୟୁଷ୍ଟ୍ରେସନ ବା ଅଙ୍ଗାରକ ପୃଥକୀକରଣ ଏବଂ ଜଳ ଆର୍ଦ୍ରତା ସଂରକ୍ଷଣ ଭଳି ଇକୋସିଷ୍ଟମ ବା ପରିବେଶ ପରିତନ୍ତ୍ର ସେବାକୁ ବଢ଼ାଇବ ଯାହାର ବ୍ୟାପକ ଲାଭ ସମାଜକୁ ମିଳିପାରିବ । ପରିବେଶ ସୁରକ୍ଷା ଏବଂ ଜଳବାୟୁ ସଂରକ୍ଷଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ଅନୁରୂପ, ଏହି ପ୍ରୟାସ ବଳରେ ପରିବେଶର ବିକାଶ ଓ ପରିବେଶ ପର୍ଯ୍ୟଟନ ଗତିବିଧି ମାଧ୍ୟମରେ ସ୍ଥାନୀୟ ସମୁଦାୟଙ୍କ ପାଇଁ ଜୀବିକା ଅର୍ଜନ ନିମନ୍ତେ ସୁଯୋଗ ସୃଷ୍ଟି ହେବ।
ଗତ ଆଠ ବର୍ଷ ମଧ୍ୟରେ ଦୀର୍ଘସ୍ଥାୟିତ୍ୱ ଏବଂ ପରିବେଶ ସୁରକ୍ଷା ସୁନିଶ୍ଚିତ କରିବା ଲାଗି ଭାରତରେ ସଂଖ୍ୟାଧିକ ପଦକ୍ଷେପ ଗ୍ରହଣ କରାଯାଇଛି । ଚିତା ପୁନର୍ବାସ ପ୍ରକଳ୍ପ ଆରମ୍ଭ ହେବା ଏହି କାର୍ଯ୍ୟଧାରାର ଏକ ଅଂଶବିଶେଷ । ଏସବୁ ପଦକ୍ଷେପ ଫଳରେ ପରିବେଶ ସୁରକ୍ଷା ଏବଂ ଦୀର୍ଘସ୍ଥାୟିତ୍ୱ କ୍ଷେତ୍ରରେ ଅନେକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରାଯାଇପାରିଛି । ଉଦାହରଣ ସ୍ୱରୂପ, ୨୦୧୪ରେ ଦେଶର ମୋଟ୍ ଭୌଗଳିକ କ୍ଷେତ୍ର ମଧ୍ୟରୁ ସଂରକ୍ଷିତ ଅଞ୍ଚଳର ପ୍ରସାର ୪.୯୦ ପ୍ରତିଶତ ଥିଲା, ବର୍ତ୍ତମାନ ଏହା ୫.୦୩ ପ୍ରତିଶତକୁ ବୃଦ୍ଧି ପାଇଛି । ୨୦୧୪ରେ ଦେଶରେ ସଂରକ୍ଷିତ ଅଭୟାରଣ୍ୟ କ୍ଷେତ୍ରଗୁଡ଼ିକର ସଂଖ୍ୟା ଥିଲା ୭୪୦ ଏବଂ ଏସବୁ କ୍ଷେତ୍ରର ମୋଟ୍ କ୍ଷେତ୍ରଫଳ ଥିଲା ୧,୬୧,୦୮୧.୬୨ ବର୍ଗ କିଲୋମିଟର । ବର୍ତ୍ତମାନ ସଂରକ୍ଷିତ ଅଞ୍ଚଳ ସଂଖ୍ୟା ୯୮୧କୁ ବୃଦ୍ଧି ପାଇଥିବା ବେଳେ ଏସବୁ ଅଞ୍ଚଳର କ୍ଷେତ୍ରଫଳ ୧,୭୧,୯୨୧ ବର୍ଗ କିଲୋମିଟରକୁ ବୃଦ୍ଧି ପାଇଛି ।
ଗତ ୪ ବର୍ଷ ମଧ୍ୟରେ ଦେଶରେ ଜଙ୍ଗଲ ଓ ଗଛର ଘନତ୍ୱ ୧୬ ହଜାର ବର୍ଗ କିଲୋମିଟର ବୃଦ୍ଧି ପାଇଛି । ନିରନ୍ତର ଭାବେ ଜଙ୍ଗଲ ଘନତ୍ୱ ବୃଦ୍ଧି କ୍ଷେତ୍ରରେ ଭାରତ ବିଶ୍ୱର ହାତଗଣତି ରାଷ୍ଟ୍ରମାନଙ୍କ ମଧ୍ୟରେ ସାମିଲ ହୋଇପାରିଛି ।
ଦେଶରେ ଗୋଷ୍ଠୀ ଅଭୟାରଣ୍ୟ ସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି ପାଇଛି । ୨୦୧୪ରେ ଏପରି କ୍ଷେତ୍ର ସଂଖ୍ୟା ୪୩ ଥିବା ବେଳେ ୨୦୧୯ରେ ଏହା ବୃଦ୍ଧି ପାଇ ୧୦୦ରୁ ଅଧିକ ହୋଇଯାଇଛି ।
ଭାରତରେ ୫୨ଟି ବ୍ୟାଘ୍ର ଅଭୟାରଣ୍ୟ ରହିଛି ଏବଂ ୧୮ ରାଜ୍ୟରେ ବ୍ୟାପି ରହିଥିବା ଏସବୁ ଅଭୟାରଣ୍ୟର ମୋଟ୍ କ୍ଷେତ୍ରଫଳ ହେଉଛି ୭୫ ହଜାର ବର୍ଗ କିଲୋମିଟର । ବିଶ୍ୱସ୍ତରରେ ମୋଟ ଜଙ୍ଗଲୀ ବାଘଙ୍କ ମଧ୍ୟରୁ ୭୫% କେବଳ ଭାରତରେ ରହୁଛନ୍ତି । ୨୦୨୨ ସୁଦ୍ଧା ବାଘଙ୍କ ସଂଖ୍ୟା ଦ୍ୱିଗୁଣିତ କରିବା ଲାଗି ଭାରତ ଲକ୍ଷ୍ୟ ନିର୍ଦ୍ଧାରଣ କରିଥିଲା, କିନ୍ତୁ ଏହାର ୪ ବର୍ଷ ପୂର୍ବରୁ ୨୦୧୮ରେ ଦେଶ ଏହି ଲକ୍ଷ୍ୟ ହାସଲ କରିପାରିଛି । ୨୦୧୪ରେ ଦେଶରେ ବାଘଙ୍କ ସଂଖ୍ୟା ୨,୨୨୬ ଥିବା ଥିବା ବେଳେ ୨୦୧୮ରେ ଏହା ୨୯୬୭କୁ ବୃଦ୍ଧି ପାଇଛି ।
୨୦୧୪ରେ ବାଘ ସଂରକ୍ଷଣ ପାଇଁ ବଜେଟ୍ ଆବଣ୍ଟନ ପରିମାଣ ୧୮୫ କୋଟି ଟଙ୍କା ଥିବା ବେଳେ ୨୦୨୨ରେ ଏହା ୩୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି ।
ସେହିପରି ଦେଶରେ ଏସୀୟ ସିଂହଙ୍କ ସଂଖ୍ୟା ମଧ୍ୟ ବଢ଼ୁଛି । ୨୦୧୫ରେ ଏମାନଙ୍କ ସଂଖ୍ୟା ୫୨୩ ଥିଲା, ବର୍ତ୍ତମାନ ଏହା ୬୭୪କୁ ବୃଦ୍ଧି ପାଇଛି । ସିଂହଙ୍କ ସଂଖ୍ୟାରେ ୨୮.୮୭ ପ୍ରତିଶତ ବୃଦ୍ଧି ପରିଲକ୍ଷିତ ହୋଇଛି ଯାହାକି ବର୍ତ୍ତମାନ ସୁଦ୍ଧା ସବୁଠୁ ଅଧିକ ଅଭିବୃଦ୍ଧି ହାର ।
ଏବେ (୨୦୨୦ ସୁଦ୍ଧା) ଭାରତରେ ୧୨, ୮୫୩ଟି କଲରାପତରିଆ ବାଘ ଅଛନ୍ତି । ୨୦୧୪ରେ କରାଯାଇଥିବା ଗଣନା ଅନୁଯାୟୀ ଏମାନଙ୍କ ସଂଖ୍ୟା ୭୯୧୦ ଥିଲା । କଲରାପତରିଆ ବାଘଙ୍କ ସଂଖ୍ୟାରେ ୬୦% ବୃଦ୍ଧି ଦେଖିବାକୁ ମିଳିଛି ।
ଆଜିର ପ୍ରୋଜେକ୍ଟ ଚିତା କାର୍ଯ୍ୟକ୍ରମରେ ମଧ୍ୟପ୍ରଦେଶ ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମର, ଶ୍ରୀ ଭୂପେନ୍ଦ୍ର ଯାଦବ, ଶ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ, ଅଶ୍ୱିନୀ କୁମାର ଚୌବେ ପ୍ରମୁଖ ଉପସ୍ଥିତ ଥିଲେ ।
*******
P.S.
Project Cheetah is our endeavour towards environment and wildlife conservation. https://t.co/ZWnf3HqKfi
— Narendra Modi (@narendramodi) September 17, 2022
दशकों पहले, जैव-विविधता की सदियों पुरानी जो कड़ी टूट गई थी, विलुप्त हो गई थी, आज हमें उसे फिर से जोड़ने का मौका मिला है।
— PMO India (@PMOIndia) September 17, 2022
आज भारत की धरती पर चीता लौट आए हैं।
और मैं ये भी कहूँगा कि इन चीतों के साथ ही भारत की प्रकृतिप्रेमी चेतना भी पूरी शक्ति से जागृत हो उठी है: PM @narendramodi
मैं हमारे मित्र देश नामीबिया और वहाँ की सरकार का भी धन्यवाद करता हूँ जिनके सहयोग से दशकों बाद चीते भारत की धरती पर वापस लौटे हैं: PM @narendramodi
— PMO India (@PMOIndia) September 17, 2022
ये दुर्भाग्य रहा कि हमने 1952 में चीतों को देश से विलुप्त तो घोषित कर दिया, लेकिन उनके पुनर्वास के लिए दशकों तक कोई सार्थक प्रयास नहीं हुआ।
— PMO India (@PMOIndia) September 17, 2022
आज आजादी के अमृतकाल में अब देश नई ऊर्जा के साथ चीतों के पुनर्वास के लिए जुट गया है: PM @narendramodi
ये बात सही है कि, जब प्रकृति और पर्यावरण का संरक्षण होता है तो हमारा भविष्य भी सुरक्षित होता है। विकास और समृद्धि के रास्ते भी खुलते हैं।
— PMO India (@PMOIndia) September 17, 2022
कुनो नेशनल पार्क में जब चीता फिर से दौड़ेंगे, तो यहाँ का grassland ecosystem फिर से restore होगा, biodiversity और बढ़ेगी: PM @narendramodi
कुनो नेशनल पार्क में छोड़े गए चीतों को देखने के लिए देशवासियों को कुछ महीने का धैर्य दिखाना होगा, इंतजार करना होगा।
— PMO India (@PMOIndia) September 17, 2022
आज ये चीते मेहमान बनकर आए हैं, इस क्षेत्र से अनजान हैं।
कुनो नेशनल पार्क को ये चीते अपना घर बना पाएं, इसके लिए हमें इन चीतों को भी कुछ महीने का समय देना होगा: PM

प्रकृति और पर्यावरण, पशु और पक्षी, भारत के लिए ये केवल sustainability और security के विषय नहीं हैं।
— PMO India (@PMOIndia) September 17, 2022
हमारे लिए ये हमारी sensibility और spirituality का भी आधार हैं: PM @narendramodi
आज 21वीं सदी का भारत, पूरी दुनिया को संदेश दे रहा है कि Economy और Ecology कोई विरोधाभाषी क्षेत्र नहीं है।
— PMO India (@PMOIndia) September 17, 2022
पर्यावरण की रक्षा के साथ ही, देश की प्रगति भी हो सकती है, ये भारत ने दुनिया को करके दिखाया है: PM @narendramodi
हमारे यहाँ एशियाई शेरों की संख्या में भी बड़ा इजाफा हुआ है।
— PMO India (@PMOIndia) September 17, 2022
इसी तरह, आज गुजरात देश में एशियाई शेरों का बड़ा क्षेत्र बनकर उभरा है।
इसके पीछे दशकों की मेहनत, research-based policies और जन-भागीदारी की बड़ी भूमिका है: PM @narendramodi

Tigers की संख्या को दोगुना करने का जो लक्ष्य तय किया गया था उसे समय से पहले हासिल किया है।
— PMO India (@PMOIndia) September 17, 2022
असम में एक समय एक सींग वाले गैंडों का अस्तित्व खतरे में पड़ने लगा था, लेकिन आज उनकी भी संख्या में वृद्धि हुई है।
हाथियों की संख्या भी पिछले वर्षों में बढ़कर 30 हजार से ज्यादा हो गई है: PM