Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ମଦିନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଭାରତୀୟମାନଙ୍କ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାଉଦି ଆରବର ମଦିନାଠାରେ ଭାରତୀୟ ନାଗରିକଙ୍କ ସହ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରଧାନମନ୍ତ୍ରୀ କହିଥିଲେ ଯେ ରିୟାଦରେ ଥିବା ଭାରତୀୟ ଦୂତାବାସ ଏବଂ ଜେଦଦାରେ ଥିବା ବାଣିଜ୍ୟ ଦୂତାବାସ ପ୍ରଭାବିତ ବ୍ୟକ୍ତିମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ସେ ଏହା ମଧ୍ୟ ସୂଚନା ଦେଇଛନ୍ତି ଯେ ଭାରତୀୟ ଅଧିକାରୀମାନେ ଆବଶ୍ୟକ ସମର୍ଥନ ଏବଂ ସମନ୍ୱୟ ସୁନିଶ୍ଚିତ କରିବା ପାଇଁ ସାଉଦି ଆରବ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି

ପ୍ରଧାନମନ୍ତ୍ରୀ ଏକ୍ସ ରେ ଲେଖିଛନ୍ତି;

ମଦିନାରେ ଭାରତୀୟ ନାଗରିକଙ୍କ ସହ ଘଟିଥିବା ଦୁର୍ଘଟଣାରେ ଗଭୀର ଦୁଃଖିତ ମୋର ଚିନ୍ତାଧାରା ସେହି ପରିବାର ସହିତ ଅଛି ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି ରିୟାଦରେ ଥିବା ଆମର ଦୂତାବାସ ଏବଂ ଜେଦାରେ ଥିବା ବାଣିଜ୍ୟ ଦୂତାବାସ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି ଆମର ଅଧିକାରୀମାନେ ମଧ୍ୟ ସାଉଦି ଆରବ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗରେ ଅଛନ୍ତି ।’’

HS