ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଆଗର ମାଲୱା ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ଶ୍ରୀ ମୋଦୀ ‘ଏକ୍ସ ’ରେ ପୋଷ୍ଟ କରିଛନ୍ତି;
ମଧ୍ୟପ୍ରଦେଶର ଆଗର ମାଲୱାରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।
HS
The mishap in Agar Malwa, Madhya Pradesh, is extremely painful. I extend my condolences to those who have lost their loved ones.
— PMO India (@PMOIndia) September 19, 2026
An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi