ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ସତନାଠାରେ ସଡକ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ଶୋକ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ମଧ୍ୟପ୍ରଦେଶର ସତନାଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୁଁ ଗଭୀର ଭାବେ ଦୁଃଖୀ ଓ ବ୍ୟଥିତ । ସଙ୍କଟର ଏହି ଘଡିରେ ପୀଡିତ ପରିବାର ଓ ପରିଜନଙ୍କ ପ୍ରତି ମୁଁ ମୋର ସମବେଦନା ପ୍ରକଟ କରୁଛି । ଦୁର୍ଘଟଣାରେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।”
***