Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ରାଞ୍ଚିରେ ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

ରାଞ୍ଚିରେ ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

ରାଞ୍ଚିରେ ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

ରାଞ୍ଚିରେ ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ


 

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ଫେବ୍ରୁଆରୀ 2019ରେ ଝାଡ଼ଖଣ୍ଡର ରାଞ୍ଚି ଗସ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି । ଏହି ଅବସରରେ ଝାଡ଼ଖଣ୍ଡ ରାଜ୍ୟପାଳ ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ରଘୁବର ଦାସ ଉପସ୍ଥିତ ଥିଲେ ।

ଏହା ପୂର୍ବରୁ ଝାଡଖଣ୍ଡର ହଜାରିବାଗ ଗସ୍ତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏହି ମାଟିରୁ ଆୟୁଷ୍ମାନ ଭାରତର ଶୁଭାରମ୍ଭ ହୋଇଥିଲା, ଯାହାକି ଲକ୍ଷ ଲକ୍ଷ ଭାରତୀୟଙ୍କୁ ସ୍ୱାସ୍ଥ୍ୟ ସୁବିଧା ପ୍ରଦାନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଞ୍ଚିଠାରେ ସେପ୍ଟେମ୍ବର 23, 2018ରେ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିଥିଲେ ଏବଂ ଗରିବଙ୍କ ସେବା ନିମନ୍ତେ ଏହି ଯୋଜନା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ ବୋଲି କହିଥିଲେ ।

ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗରିବଙ୍କ ଆର୍ଥିକ ଭାରକୁ ଲାଘବ କରିବା ସହ ସେମାନଙ୍କୁ ଉଚ୍ଚକୋଟୀର ସ୍ୱାସ୍ଥ୍ୟ ସୁବିଧା ଯୋଗାଇବାରେ ସହାୟକ ହୋଇଛି । ଏହି ଯୋଜନା ଅନ୍ତର୍ଗତ ପ୍ରତ୍ୟେକ ପରିବାରକୁ ବାର୍ଷିକ 5 ଲକ୍ଷ ଟଙ୍କା ଯୋଗାଇ ଦିଆଯିବ । ଏହି ଯୋଜନାରେ ପ୍ରାୟ 50 କୋଟି ହିତାଧିକାରୀ ଉପକୃତ ହେବେ । ଏହା ବିଶ୍ୱର ସବୁଠାରୁ ବଡ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା । ଏହି ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କ ସଂଖ୍ୟା ୟୁରୋପୀୟ ୟୁନିଅନର ଜନସଂଖ୍ୟା ବା ଆମେରିକା, କାନାଡା ଏବଂ ମେକ୍ସିକୋର ମୋଟ ଜନସଂଖ୍ୟା ସହ ସମାନ ।

 

**************