ପିଏମଇଣ୍ଡିଆ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଥିବା ଏକ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଥିବା ଏକ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଘଟଣାରେ ମର୍ମାହତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ କର୍ତ୍ତୃପକ୍ଷ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । “
HS
Anguished by the loss of lives in a fire mishap in Lucknow, Uttar Pradesh. My condolences to the bereaved families. May the injured recover at the earliest. Rescue operations are underway and authorities are providing all possible assistance.
— PMO India (@PMOIndia) June 22, 2026
An ex-gratia of Rs. 2 lakh from…