Search

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାମ୍ପଲମୋସେସ୍‌ର ସାର୍ ସିୱସାଗର୍ ରାମଗୁଲାମ ବୋଟାନିକ୍ ଗାର୍ଡେନ୍‌ରେ ସାର୍ ସିୱସାଗର୍ ରାମଗୁଲାମ ଏବଂ ସାର୍ ଅନିରୁଦ୍ଧ ଜଗନ୍ନାଥଙ୍କ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମାଲ୍ୟାର୍ପଣ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ମରିସସ୍‌ର ପ୍ରଧାନମନ୍ତ୍ରୀ ଶ୍ରୀ ନବୀନଚନ୍ଦ୍ର ରାମଗୁଲାମ ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ମରିସସ୍‌ର ପ୍ରଗତି ଏବଂ ଭାରତ–ମରିସସ୍ ସମ୍ପର୍କ ପାଇଁ ଏକ ଦୃଢ଼ ଭିତ୍ତିଭୂମି ନିର୍ମାଣରେ ଦୁଇ ନେତାଙ୍କ ଯୋଗଦାନକୁ ମନେ ପକାଇଥିଲେ ।

ମାଲ୍ୟାର୍ପଣ ସମାରୋହ ପରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମରିସସ୍‌ର ପ୍ରଧାନମନ୍ତ୍ରୀ ନବୀନଚଦ୍ର ରାମଗୁଲାମ ଐତିହାସିକ ଉଦ୍ୟାନରେ “ଏକ୍ ପେଡ୍ ମାଁ କେ ନାମ” ପଦକ୍ଷେପ ଅଧିନରେ ଏକ ବୃକ୍ଷରୋପଣ କରିଥିଲେ ।

 

SR