Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସୁକମାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ ଯବାନଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ


ଛତିଶଗଡ ସୁକମାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ ଯବାନଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

“ସୁକମାରେ କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ ଯବାନଙ୍କ ମୃତ୍ୟୁରେ ଗଭୀର ଭାବେ ମର୍ମାହତ । ସହିଦଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଏବଂ ସେମାନଙ୍କ ପରିବାର ପ୍ରତି ସମବେଦନା । ଆହତ ଯବାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ସୁକମାର ପରିସ୍ଥିତି ନେଇ ସ୍ଵରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂହଙ୍କ ସହିତ କଥାବାର୍ତ୍ତା କରିଛି । ପରିସ୍ଥିତିର ଅନୁଧ୍ୟାନ ଲାଗି ଶ୍ରୀ ସିଂହ ସୁକମା ଗସ୍ତ କରୁଛନ୍ତି,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।