Search

ପିଏମଇଣ୍ଡିଆପିଏମଇଣ୍ଡିଆ

ସଦ୍ୟତମ ଖବର

ପିଆଇବି ସୂତ୍ରରୁ ସ୍ବତଃ ଉପଲବ୍ଧ

ସୁରତରେ ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ


ସୁରତରେ ଘଟିଥିବା ଅଗ୍ନିକାଣ୍ଡ ଜନିତ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ପ୍ରଭାବିତ ଜନସାଧାରଣଙ୍କୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ପାଇଁ ସେ ଗୁଜୁରାଟ ସରକାର ଓ ଆଞ୍ଚଳିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

“ସୁରତରେ ଘଟିଥିବା ଅଗ୍ନିକାଣ୍ଡକୁ ନେଇ ମୁଁ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଁ ସହାନୁଭୂତି ଜଣାଉଛି । ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଜନସାଧାରଣଙ୍କୁ ସମସ୍ତ ପ୍ରକାରର ସମ୍ଭାବ୍ୟ ସହାୟତା ପ୍ରଦାନ କରିବା ପାଇଁ ଗୁଜୁରାଟ ସରକାର ଓ ଆଞ୍ଚଳିକ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

*******************