ପିଏମଇଣ୍ଡିଆ
ଉତ୍ତର ପ୍ରଦେଶର ହାଥରସ୍ ଅଘଟଣର ମୃତକଙ୍କ ପାଇଁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ସମ୍ପର୍କୀୟ ଓ ଆହତମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (PMNRF)ରୁ ଦଳାଚକଟା ଘଟଣାର ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏଁ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ ସକାଶେ ଶ୍ରୀ ମୋଦୀ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(PMO)ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି:
“ପ୍ରଧାନମନ୍ତ୍ରୀ ଶ୍ରୀ @narendramodi ଜୀ ହାଥରସ ଘଟଣାର ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ PMNRF ରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂକଳ ସହୟତା ଦେବାକୁ ଘୋଷଣା କରିଛନ୍ତି । ଆହତ ମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।”
ଏହି ଦୁର୍ଭାଗ୍ୟଜନକ ଅଘଟଣ ପାଇଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଶ୍ରୀ ମୋଦୀ କଥା ହୋଇଛନ୍ତି ଏବଂ ପୀଡ଼ିତମାନଙ୍କୁ ସମୟଭିତ୍ତିକ ସହାୟତା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:
“ଉତ୍ତରପ୍ରଦେଶର ହାଥରସରେ ହୋଇଥିବା ଦୁଃଖଦ ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହେଲି । ଉତ୍ତର ପ୍ରଦେଶ ସରକାର ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛନ୍ତି । ଏଥିରେ ପ୍ରିୟଜନମାନଙ୍କୁ ହରାଇଥିବା ଲୋକଙ୍କ ପାଇଁ ମୋର ସମବେଦନା । ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି @myogoadityanath” ।
उत्तर प्रदेश के हाथरस में हुए दुखद हादसे को लेकर मुख्यमंत्री योगी आदित्यनाथ जी से बात की। यूपी सरकार सभी पीड़ितों की हरसंभव सहायता में जुटी हुई है। मेरी संवेदनाएं उन लोगों के साथ हैं, जिन्होंने इसमें अपने प्रियजनों को खोया है। इसके साथ ही मैं सभी घायलों के जल्द से जल्द स्वस्थ…
— Narendra Modi (@narendramodi) July 2, 2024
SR
The Prime Minister Shri @narendramodi Ji has announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Hathras. The injured would be given Rs. 50,000.
— PMO India (@PMOIndia) July 2, 2024